ଆସନ୍ତା ୪ରୁ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା , କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର ୦୯।୦୯: ଆସନ୍ତା ୪/୫ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହେବ । ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାକୁ ଥିବାରୁ ସାବଧାନତା ଅବଲମ୍ବନ କରିବା ପାଇଁ ଲୋକଙ୍କୁ ଅନୁରୋଧ କରାଯାଇଛି । ଏଥିପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି।

ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି କିଛି ସ୍ଥାନରେ ଝଡ଼ତୋଫାନ ହେବାର ସମ୍ଭାବନା ରହିଛି। ବାଲେଶ୍ବର, ଭଦ୍ରକ, କଟକ, ଜଗତ୍ ସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, ପୁରୀ, ନୟାଗଡ଼, କୋରାପୁଟ ଓ ରାୟଗଡ଼ାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ସ୍ବଳ୍ପ ବର୍ଷା ହୋଇପାରେ। ତେବେ ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ବରର କିଛି କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ୧୦ ତାରିଖ ଦିନ ମଧ୍ୟ ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, କଟକ, କେନ୍ଦୁଝର ଓ ମୟୂରଭଞ୍ଜର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ୧୧ତାରିଖ ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜର  କିଛି କିଛି ସ୍ଥାନରେ ଏବଂ ୧୨ ତାରିଖ ଦିନ ମାଲକାନଗିରି,  କୋରାପୁଟ ଓ ନବରଙ୍ଗପୁରର ଗୋଟିଏ ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏଣୁ ଏହି ୪ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Related posts

Leave a Comment