ରାଜ୍ୟରେ ସର୍ବାଧିକ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୭୫୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର ୨୪।୯: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୬ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୫୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୯୬୮୮୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୮୮୧୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୫୭୨୬୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୭୫୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୨୯୫୬୩୦୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related posts

Leave a Comment