ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପାରିବାରିକ କଳହରୁ ଆତ୍ମହତ୍ୟା ସନ୍ଦେହ

ଆନନ୍ଦପୁର ୨୮।୯: ବେକରେ ରଶି ଲଗାଇ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି । କେନ୍ଦୁଝର ଜିଲ୍ଲା ରମଚନ୍ଦ୍ରପୁର ଥାନା କଣ୍ଟାବଣିଆ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତ ଯୁବକ ଗାଁର ମଦନ ଜେନାଙ୍କ ପୁଅ ପବିତ୍ର ମୋହନ । ଆତ୍ମହତ୍ୟାର କାରଣ ସମ୍ପର୍କରେ କୌଣସି ସଠିକ୍ ତଥ୍ୟା ମିଳିପାରି ନାହିଁ ।  ତେବେ ପାରିବାରିକ କଳହକୁ କେନ୍ଦ୍ରକରି ପବିତ୍ର ଏପରି  କରିଥିବା ସନ୍ଦେହ କରାଯାଉଛି ।

ସୂଚନା ଅନୁସାରେ ରବିବାର ସନ୍ଧ୍ୟାରେ ପବିତ୍ର ଘରୁ ବାହାରି ଯାଇ ଆଉ ଘରକୁ ଫେରି ନଥିଲେ । ପରିବାର ଲୋକେ ଖୋଜାଖୋଜି କରିବା ପରେ ରାତିରେ ଘରଠାରୁ କିଛି ଦୂରରେ ଥିବା ଏକ ଗଛରେ ତାଙ୍କୁ ଝୁଲନ୍ତା ଅବସ୍ଥାରେ ପାଇଥିଲେ । ଗଛରୁ ଉଦ୍ଧାର ପରେ ତୁରନ୍ତ ତାଙ୍କୁ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏହି ଘଟଣାରେ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ।

Related posts

Leave a Comment