ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୮୪୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର ୩୦।୯: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୧୯୧୧୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୬୭୪୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୮୧୪୮୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୮୪୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୩୨୫୦୯୯୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related posts

Leave a Comment