ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୯୪୦ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର ୦୬।୧୦: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୬ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୪୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୬ ମୃତକଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୨ଜଣ ରହିଥିବା ବେଳେ ଅନୁଗୁଳ, ବୌଦ୍ଧ, ମୟୂରଭଞ୍ଜ, ନବରଙ୍ଗପୁର, ନୟାଗଡ଼ , ପୁରୀ ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୩୮୦୦୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୬୧୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୦୬୪୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୯୪୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୩୫୨୪୨୪୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related posts

Leave a Comment