ରାଜଧାନୀରୁ ଆଉ ୨୧୩ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର, ୧୯।୧୦: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୨୧୩  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୭୪୪୧ରେ ପହଞ୍ଚିଛି । ସୋମବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୬୮ ଜଣ ରହିଥିବା ବେଳେ ୧୪୫ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୦୭ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୭୪୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୮୩୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୪୪୫୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୪୦ ଜଣଙ୍କର ମୃତ୍ୟୁ ହୋଇଛି ।

Related posts

Leave a Comment