ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର ୨୦।୧୦: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୬ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୬୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୬ ମୃତକଙ୍କ ମଧ୍ୟରୁ ମୟୁରଭଞ୍ଜ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା, କଳାହାଣ୍ଡି ଜିଲ୍ଲାରୁ ୩ ଜଣ ଲେଖାଏଁ, ନୂଆପଡା ଜିଲ୍ଲାରୁ ୨ ଜଣ, ଭଦ୍ରକ, କଟକ, ଝାରସୁଗୁଡା ଏବଂ କେନ୍ଦ୍ରାପଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୭୨୨୫୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୧୪୫୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୪୯୫୭୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୧୬୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୪୧୧୭୦୯୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related posts

Leave a Comment