ରାଜଧାନୀରୁ ଆଉ ୨୩୯ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୩୦୨

ଭୁବନେଶ୍ୱର, ୨୧।୧୦: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୨୩୯  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୭୯୦୯ରେ ପହଞ୍ଚିଛି । ବୁଧବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୬୩ ଜଣ ରହିଥିବା ବେଳେ ୧୭୬ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୦୨ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୭୯୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୬୮୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୫୦୬୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୪୪ ଜଣଙ୍କର ମୃତ୍ୟୁ ହୋଇଛି ।

Related posts

Leave a Comment