ବାରିପଦା୨୭/୧୦: ମୟୁରଭଞ୍ଜ ଜିଲା ସ୍ଥିତ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ଆସନ୍ତା ନଭେମ୍ବର ପହିଲାରୁ ପର୍ଯ୍ୟଟନ ପାଇଁ ଖୋଲିବ। ଏନେଇ ପ୍ରକଳ୍ପ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଏଠାକୁ ଆସିବାକୁ ଥିବା ପର୍ଯ୍ୟଟକମାନେ କୋଭିଡ-୧୯ ନିୟମାବଳୀକୁ ଅନୁସରଣ କରିବା ବାଧ୍ୟତାମୂଳକ ବୋଲି କତ୍ତୃପକ୍ଷ୍ୟ ଦର୍ଶାଇଛନ୍ତି।
ସେହିପରି ଦୈନିକ ସର୍ବାଧିକ ୩୫ ଗୋଟି ଚାରି ଚକିଆ ଯାନ କଳିଆଣି ତନଖି ଫାଟକ (ଯଶୀପୁର) ଓ ୨୫ ଟି ଚାରି ଚକିଆ ଯାନ ପିଠାବଟା ତନଖି ଫାଟକ ଦେଇ ଭିତରକୁ ପ୍ରବେଶ କରିବ। ଉକ୍ତ ଦୁଇ ତନଖି ଫାଟକରେ ପ୍ରବେଶ ଅନୁମତି ପତ୍ର ସକାଳ ୬ ଟା ରୁ ୯ ଟା ପର୍ଯ୍ୟନ୍ତ ବୁକିଂ କାଉଣ୍ଟରରେ ଉପଲବ୍ଧ ରହିବ।
ଶିମିଳିପାଳରେ ଥିବା ଯାତ୍ରୀ ନିବାସ ଗୁଡିକରେ ରାତ୍ରୀ ଯାପନ ପାଇଁ ପର୍ଯ୍ୟଟକମାନେ www.ecotourodisha.com ୱେବସାଇଟ ରେ ଅଗ୍ରୀମ ବୁକିଂ କରି ପାରିବେ। ପ୍ରକାଶ ଥାଉ କି ପ୍ରତି ବର୍ଷ ବର୍ଷାଋତୁ ଯୋଗୁଁ ଜୁନ ମାସ ୧୫ ତାରିଖରେ ଶିମିଳିପାଳ ବନ୍ଦ ହୋଇଥାଏ। ଏବଂ ନଭେମ୍ବର ପହିଲାରେ ଖୋଲିଥାଏ