ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର ୨୯।୧୦: ରାଜ୍ୟରେ ଖସିବାରେ ଲାଗିଛି କରୋନା ଗ୍ରାଫ୍ । ୨୪ ଘଣ୍ଟା ମଧ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୯୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୩ ମୃତକଙ୍କ ମଧ୍ୟରୁ ଅନୁଗୋଳ, ବାଲେଶ୍ବର, କଟକ, ଖୋର୍ଦ୍ଧା, ନୂଆପଡା ଜିଲ୍ଲାରୁ ୨ ଜଣ ଲେଖାଏଁ, ଜଗତସିଂହପୁର, କେନ୍ଦୁଝର ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୮୭୦୯୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୬୧୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୭୦୧୩୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୨୯୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।  ଏବେ ସୁଦ୍ଧା ରାଜ୍ୟରେ ୪୪୬୩୫୫୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related posts

Leave a Comment