ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର ୭।୧୧: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଥିବା ବେଳେ ମୃତକଙ୍କ ସଂଖ୍ୟା ବଢିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ୧୩୭୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୧୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୭ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, କଟକ, ମୟୁରଭଞ୍ଜ, ସମ୍ବଲପୁର, ବରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ପୁରୀ, ବାଲେଶ୍ବର, କୋରାପୁଟ, କଳାହାଣ୍ଡି, କେନ୍ଦ୍ରାପଡା ଏବଂ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୦୧୪୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୫୦୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୮୫୧୭୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୪୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୪୮୮୮୫୦୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related posts

Leave a Comment