ଭୁବନେଶ୍ବରରୁ ଆଉ ୫୯ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର ୧୧।୧୧: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୫୯ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୮୯୬ରେ ପହଞ୍ଚିଛି । ବୁଧବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୫ ଜଣ ରହିଥିବା ବେଳେ ୫୪ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୭୫ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୮୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୬୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୮୯୨୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୮୫ ଜଣଙ୍କର ମୃତ୍ୟୁ ହୋଇଛି ।

Related posts

Leave a Comment