ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର ୧୩।୧୧: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୦୧୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୯୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୨ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଓ ଢ଼େଙ୍କାନାଳ ଜିଲ୍ଲାରୁ ୨ ଜଣ ଲେଖାଏଁ, ଅନୁଗୋଳ, କନ୍ଧମାଳ, କୋରାପୁଟ, ପୁରୀ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୭୦୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୧୭୧୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୯୩୭୪୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୯୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୧୭୧୧୮୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related posts

Leave a Comment