ରାଜ୍ୟରେ ଜୀବନ ହାରିଲେ ଆଉ ୧୭ କରୋନା ସଂକ୍ରମିତ

ଭୁବନେଶ୍ବର୧୫।୧୧: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୭୫୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୨୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪ ଜଣ ଲେଖାଏଁ, ବରଗଡ଼ ଓ ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଏଁ, ବୌଦ୍ଧ,ଢ଼େଙ୍କାନାଳ ଏବଂ କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

Related posts

Leave a Comment