ଅହମ୍ମଦାବାଦରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା

ଅହମ୍ମଦାବାଦ ୧୮।୧୧: ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ବୁଧବାର ଦିନ ସକାଳ ସମୟରେ ୨ଟି ଟ୍ରକ ମଧ୍ୟରେ ମୁହାଁମୁହାଁ ଧକ୍କା ହୋଇଛି । ଯାହାଫଳରେ କି ଦୁର୍ଘଟଣାରେ ୯ଜଣଙ୍କ ମୃତ୍ୟୁ ହୋଇଥିବା ୧୭ଜଣ ଆହତ ହୋଇଛନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଓ ସ୍ଥାନୀୟ ପ୍ରଶାସନ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଆହତଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, ଆଜି ସକାଳ ସମୟରେ ଗୁଜୁରାଟ ଓ୍ୱାଘୋଡିରେ ୨ଟି ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି  । ଭୋର ୩ଟା ସମୟରେ ଏହି ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ରାଜପଥରେ ଦୁର୍ଘଟଣା ହେବା ଦ୍ୱାରା ରାସ୍ତାରେ ଗାଡିର ଭିଡ଼ ଲାଗିରହିଛି । ତେବେ  ଦୁର୍ଘଟଣାସଂପର୍କରେ ବର୍ତ୍ତମାନ ପର୍ଯ୍ୟନ୍ତ  ସବିଶେଷ ତଥ୍ୟ ହସ୍ତଗତ ହୋଇନାହିଁ । କିଭଳି ଓ କେଉଁ ପରିସ୍ଥିତିରେ ଦୁର୍ଘଟଣା ଘଟିଲା । ତାହା ଏବେ ଯାଏଁ ଅସ୍ପଷ୍ଟ ରହିଛି । ମୃତକଙ୍କ ପରିଚୟ ମିଳିପାରିନାହିଁ ।

ଦୁର୍ଘଟଣାର ମୃତ୍ୟୁବରଣ କରିଥିବା ଲୋକଙ୍କ ମୃତଦେହକୁ ନିକଟସ୍ଥ ମେଡିକାଲରେ ରଖାଯାଇଛି । ସେହିପରି ଆହତ ଥିବା ବ୍ୟକ୍ତିଙ୍କ ମେଡିକାଲରେ ଭର୍ତ୍ତି କରାଯାଇଛି । ସେମାନଙ୍କ ଚିକିତ୍ସା ଜାରି ରହିଛି । ତେବେ ଆହତଙ୍କ ମଧ୍ୟରୁ କିଛି ଲୋକଙ୍କ ଅବସ୍ଥା ଗୁରୁତର ଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ପୋଲିସ ଓ ସ୍ଥାନୀୟ ପ୍ରଶାସନ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଥିବା ବେଳେ , ପୋଲିସ ତଦନ୍ତ ଜାରି ରଖିଛି ।

Related posts

Leave a Comment