ମା’ଙ୍କ ଦର୍ଶନ ନପାଇ ଭକ୍ତ ନିରାଶ

ଭୁବନେଶ୍ୱର ୨୬।୧୦: ଆଜି ପବିତ୍ର ଦଶହରା । ଅଧର୍ମ ଉପରେ ଧର୍ମ ଓ ପାପ ଉପରେ ପୁଣ୍ୟ ଅର୍ଜନର ଦିବସ ବିଜୟାଦଶମୀ । ଘଣ୍ଟଘଣ୍ଟା, ଶଙ୍ଖ ଓ ମନ୍ତ୍ରପାଠ ଧ୍ବନୀରେ ପ୍ରକମ୍ପିତ ହେଉଛି ପୂଜା ମଣ୍ଡପ ।  କରୋନା କଟକଣା ଭିତରେ ଚାଲିଛି ଜଗତଜନନୀ ମାଆ ଦୁର୍ଗାଙ୍କ ଆରାଧନା । ବିଜୟା ଦଶମୀରେ ଅପରାଜିତା ବେଶରେ ମାଙ୍କୁ ଦର୍ଶନ କଲେ ପୂଣ୍ୟ ପ୍ରାପ୍ତି ହୁଏ ବୋଲି ଶ୍ରଦ୍ଧାଳୁଙ୍କ ବିଶ୍ବାସ ରହିଛି । ପାରମ୍ପରିକ ରୀତିନୀତିରେ ଚାଲିଛି ମାଆଙ୍କ ପୂଜାର୍ଚ୍ଚନା । ମାଙ୍କ ଟିକେ ଦର୍ଶନ ପାଇଁ ଭକ୍ତ ମନ ବ୍ୟାକୁଳ । ଆବଦ୍ଧ ମଣ୍ଡପରେ ଦଶଭୂଜାଙ୍କ ପୂଜା ଚାଲିଛି । ତେବେ ଭକ୍ତଙ୍କ ପାଇଁ ଦର୍ଶନ ବନ୍ଦ ରହିଥିବା କାରଣରୁ ଶ୍ରଦ୍ଧାଳୁ ମାନେ ମାଆଙ୍କୁ ବାହାରୁ ଦର୍ଶନ କରୁଥିବା ଦେଖିବାକୁ ମିଳିଛି । ପ୍ରତି ବର୍ଷ ପରି…

ଆଇପିଏଲ-୨୦୨୦ : ଟସ୍ ଜିତିଲା ଚେନ୍ନାଇ, ପ୍ରଥମେ କରିବ ବ୍ୟାଟିଂ

ଦୁବାଇ, ୧୯|୧୦: ଆଜି ଆଇପିଏଲ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ମୁହାଁମୁହିଁ ହେବେ ଚେନ୍ନାଇ ସୁପର କିଙ୍ଗ୍‌ସ ଓ ରାଜସ୍ଥାନ ରୟାଲ୍ସ । ତେବେ ମ୍ୟାଚ୍ ପୂର୍ବରୁ ଟସ୍ ଜିତିଛି ଚେନ୍ନାଇ । ଦଳର ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛନ୍ତି । ଅର୍ଥାତ ପ୍ରଥମେ ଫିଲ୍ଡିଂ କରିବ ରାଜସ୍ଥାନ । ଉଭୟ ଦଳ ପାଇଁ ଏହି ମ୍ୟାଚ୍‌ ଗୁରୁତ୍ୱପୂର୍ଣ୍ଣ । ଏବେ ଦୁଇ ଦଳ କର ବା ମର ସ୍ଥିତିରେ ରହିଛନ୍ତି । ପ୍ଲେ-ଅଫ୍‌ ଦୌଡ଼ରେ ରହିବାକୁ ହେଲେ ମ୍ୟାଚ୍‌ ବିଜୟୀ ହେବା ଜରୁରୀ ହୋଇପଡ଼ିଛି । ତେଣୁ ଆଜିର ମ୍ୟାଚରେ କୌଣସି ତ୍ରୁଟି ଦୋହରାଇବାକୁ ଚାହିଁବେନି ଉଭୟ ଦଳ । ସୁପର କିଙ୍ଗ୍‌ସ ଓ ରୟାଲ୍ସ ୯ଟି ଲେଖାଏଁ ମ୍ୟାଚ୍‌ ଖେଳି ପ୍ରତ୍ୟେକ ୬ପଏଣ୍ଟ ସହ ଯଥାକ୍ରମେ ଷଷ୍ଠ…

ରାଜ୍ୟରେ ଚିହ୍ନଟ ହେଲେ ୨୬୧୭ କରୋନା ସଂକ୍ରମିତ,୨୩୫୩୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର ୦୫।୧୦: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୨୬୧୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୩୫୩୩୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୨୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୦୯୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୧୫ଜଣ , ବାଲେଶ୍ୱର ଜିଲ୍ଲାରୁ ୭୯ଜଣ, ବରଗଡ଼ ଜିଲ୍ଲାରୁ ୧୪୮, ଭଦ୍ରକ ଜିଲ୍ଲାରୁ ୪୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦୯ଜଣ, ବୌଦ୍ଧ ଜିଲ୍ଲାରୁ ୧୮ଜଣ, କଟକ ଜିଲ୍ଲାରୁ ୧୩୬ଜଣ, ଦେଓଗଡ଼ ଜିଲ୍ଲାରୁ ୧୮ଜଣ, ଢେଙ୍କାନାଳ ଜିଲ୍ଲାରୁ…

ଆଜି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ, ଆସିପାରେ ୩ରୁ ଅଧିକ ପ୍ରସ୍ତାବ

ଭୁବନେଶ୍ୱର ୧୫।୦୯: ଆଜି ରାଜ୍ୟ କ୍ୟାବିନେଟ୍। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ବୈଠକରେ ୩ଟିରୁ ଅଧିକ ପ୍ରସ୍ତାବ ଆସିପାରେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ ବସିବ। ପୂର୍ବାହ୍ନ ୧୧ଟା ୩୦ରେ ଅନୁଷ୍ଠିତ ହେବାକୁ ଥିବା କ୍ୟାବିନେଟ୍  ବୈଠକରେ ୩ଟିରୁ ଅଧିକ ପ୍ରସ୍ତାବ ଆସିପାରେ। ଜିଏସ୍ ଟି ଆଇନ ସଂଶୋଧନ ସମ୍ପର୍କିତ ଅଧ୍ୟାଦେଶ ବିଲ୍ କୁ କ୍ୟାବିନେଟ୍  ଅନୁମୋଦନ ପାଇଁ ଅର୍ଥ ବିଭାଗର ପ୍ରସ୍ତାବ ରହିଛି। ଏହାସହିତ ଉଚ୍ଚଶିକ୍ଷା ବିଭାଗର ଗୋଟିଏ ପ୍ରସ୍ତାବ ରହିଛି। ସେହିପରି ସର୍ବସାଧାରଣଙ୍କ ସ୍ବାର୍ଥ ଦୃଷ୍ଟିରୁ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏ ପ୍ରକଳ୍ପ ନିର୍ମାଣ ପାଇଁ ଆହ୍ବାନ ହୋଇଥିବା ଟେଣ୍ଡରକୁ ମଞ୍ଜୁରି ମିଳିବ ବୋଲି ଜଣାପଡ଼ିଛି ।